scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨ କୋଭିଡ୍ ପଜିଟିଭ୍

3/11/2022 at 9:19 AM

ଭୁବନେଶ୍ୱର ୦୩।୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୫ ଜଣ, କଟକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ଦେବଗଡ଼ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୭୨୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୬୦୨୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts