ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 05, 2022 IST

ଭୁବନେଶ୍ୱର ୦୫।୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୮୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୭୫୨୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.