ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩୧ କୋଭିଡ୍ ପଜିଟିଭ୍
6/09/2022 at 9:20 AM

ଭୁବନେଶ୍ୱର ୦୬।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 5th Sept
— I & PR Department, Odisha (@IPR_Odisha) September 6, 2022
New Positive Cases: 231
Of which 0-18 years: 37
In quarantine: 136
Local contacts: 95
(Details of local contacts will be shared by concerned District)
1. Bargarh: 3
2. Bhadrak: 3
3. Balangir: 5
4. Boudh: 5
5. Cuttack: 27
6. Deogarh: 2
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୧୬ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ ପୁଲ୍ରୁ ୧୬ଜଣ ରହିଛନ୍ତି ।
23. Sambalpur: 7
— I & PR Department, Odisha (@IPR_Odisha) September 6, 2022
24. Sonepur: 1
25. Sundargarh: 21
26. State Pool: 16
New recoveries: 375
Cumulative tested: 33258238
Positive: 1328875
Recovered: 1318062
Active cases: 1578
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୮୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୭୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୮୦୬୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୫୮୨୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।