ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩୩ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | September 17, 2022 IST

ଭୁବନେଶ୍ୱର ୧୬।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୫୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୫୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୦୭୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୧୧୬୫୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.