Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସବଲ୍ ଟୁର୍ଣ୍ଣାମେଣ୍ଟରେ ଭାଗ ନେବାକୁ ରାଜସ୍ଥାନ ଅଭିମୁଖେ ସୋଆର ଟିମ୍‌, ୨୪ ଖେଳାଳୀ ସାମିଲ୍‌

5/07/2022 at 5:59 PM

ଭୁବନେଶ୍ୱର, ୫/୦୭: ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସ୍ ବଲ୍ ଟୁର୍ଣ୍ଣାମେଣ୍ଟରେ ଭାଗ ନେବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୪ ଜଣିଆ ଟିମ୍ ସୋମବାର ରାଜସ୍ଥାନ ଅଭିମୁଖେ ଗସ୍ତ କରିଛନ୍ତି । ରାଜସ୍ଥାନର ପାଚେରୀ ବାରିରେ ଉଭୟ ପୁରୁଷ ଓ ମହିଳା ବର୍ଗରେ ଆସନ୍ତା ଗୁରୁବାର ଏହି ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ ।
ଟିମ୍‌ରେ ୧୨ ଜଣ ମହିଳା ଏବଂ ୧୨ ଜଣ ପୁରୁଷ ଖେଳାଳି ଥିବା ବେଳେ ସେମାନଙ୍କ ସହିତ କୋଚ୍ ଶ୍ରୀମତି ସୁନୀତା ବର୍ମା ଏବଂ ମ୍ୟାନେଜର ଶ୍ରୀ ବରେଶ ମିଶ୍ର ରାଜସ୍ଥାନ ଯାଇଛନ୍ତି । ରାଜସ୍ଥାନର ଝୁନ୍‌ଝୁନ୍ ଜିଲ୍ଲାର ପାଚେରୀ ବାରି ସ୍ଥିତ ସିଂଘାଣିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଟୁର୍ଣ୍ଣାମେଂଟର ଆୟୋଜନ କରାଯାଇଛି ।

   Related Posts