previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଉପରତଳ ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୬୧୬୭ କରୋନା ପଜିଟିଭ୍
  • ||
  • ବିହାରରେ ବିଜେପିଠୁ ଅଲଗା ହେବ ଜେଡିୟୁ ! ଗୋଟିଏ-ଦୁଇ ଦିନରେ ହୋଇପାରେ ଘୋଷଣା
  • ||
  • ଝାରସୁଗୁଡା ଉପକାରାଗାରରେ ଅଘଟଣ, ଗଳାକାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଜଙ୍ଗଲର ରାଜାକୁ ପାଳିବା ପାଇଁ ଟଙ୍କା ନାହିଁ : ଚିଡିଆଖାନାର ସିଂହକୁ ବିକ୍ରି କରିଦେବ ପାକିସ୍ତାନ
  • ||

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୫ କୋଭିଡ୍ ପଜିଟିଭ୍

4/07/2022 at 9:17 AM

ଭୁବନେଶ୍ୱର ୦୪।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୭୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୧୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୩୬୭୫୪ସାମ୍ପୁଲ ଟେଷ୍ଟ୍ ହୋଇଛି ।   

   Related Posts