oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଚକ୍‌ଲେଟ୍‌ ଦେବାକୁ କହି ନାବାଳିକାକୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୫ ବର୍ଷ ଜେଲ ସହ ଜରିମାନା

2/08/2022 at 6:26 PM

ଫୁଲବାଣୀ,୦୨/୦୮: ନାବାଳିକା ଦୁଷ୍କର୍ମ ମାମଲାର ଅଭିଯୁକ୍ତ କୁ ୨୫ ବର୍ଷ ଜେଲ । ଫୁଲବାଣୀ ତ୍ବରିତ ଓ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଂଜିତ କୁମାର ବେହେରା ମଙ୍ଗଳବାର ୧୩ ବର୍ଷୀୟା ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି । ଅଭିଯୁକ୍ତ ଦାରିଂବାଡ଼ି ଥାନା ଅନ୍ତର୍ଗତ ଜିରୀମ ପ୍ରଧାନ (୨୭ ବର୍ଷ)କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ କୋଡିଏ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି l ଜରିମାନା ଅନାଦେୟ ଅଧିକ ୧ ବର୍ଷ ଜେଲ ଦଣ୍ଡ ଭୋଗିବା ପାଇଁ ବିଚାରପତି ଆଦେଶ ଦେଇଛନ୍ତି ।

ସୂଚନା ଅନୁଯାୟୀ ଗତ ୨୦୧୯ ମସିହା ଜୁନ ୪ ତାରିଖରେ ପିଡିତା ସ୍କୁଲ ଯିବାବେଳେ ଚକଲେଟ ଦେବାକୁ ନିଜ ଘରକୁ ଡାକି ଦୁଷ୍କର୍ମ କରି ଥିଲା ଅଭିଯୁକ୍ତ । ପୀଡିତାଙ୍କ ପରିବାର ଏହି ସଂକ୍ରାନ୍ତରେ ପରେ ଦାରିଂବାଡ଼ି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା 54/19ରେ ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମଙ୍ଗଳବାର ଵିଚାରପତି ସଂଜିତ ବେହେରା ଉକ୍ତ ମାମଲାର ବିଚାର କରି ଉପରୋକ୍ତ ରାୟ ଶୁଣାଇଛନ୍ତି l

   Related Posts