ରାଜ୍ୟରେ ନିଯୁକ୍ତି ପାଇବେ ୨,୫୦୦ ଗୃହରକ୍ଷୀ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | April 15, 2025 IST

ଭୁବନେଶ୍ବର : ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି । ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହେଲା । 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।

You Can Read:

ଆସନ୍ତା ୧୭ରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିକ ଗଡକରୀ, ୫ ହଜାର କୋଟି ଟଙ୍କାର ୧୬ ପ୍ରକଳ୍ପର କରିବେ ଲୋକାର୍ପଣ ଓ ଶିଳାନ୍ୟାସ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.