ଆସନ୍ତାକାଲିର ରାଶିଫଳ, ଅର୍ଥ ଏବଂ ସମ୍ମାନର ସୁଯୋଗ ପାଇପାରନ୍ତି, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | May 25, 2022 IST

ମେଷ– ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦ ବଢିପାରେ । ସବୁ କଥାକୁ ଭଲ ରୂପେ ବିଚାର କରି ଆଗକୁ ବଢିବା ଉଚିତ । କାମ ହାସଲ ସକାଶେ ଅଣ୍ୟ ଉପରେ ନିର୍ଭର କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଆଇନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସୂଚନା ପ୍ରାପ୍ତ ହେବ । ଉଦ୍ଦେଶ୍ୟ ମୂଳକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ବେଶ୍ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ - କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଦୂରଯାତ୍ରା ସକାଶେ ଅନୁପ୍ରେରିତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚବଶତଃ ବନ୍ଧୁଙ୍କୁ ମନ କଥା କହିପାରିବେ ନାହିଁ । ନିଜର କୃତି ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁଙ୍କ ଶ୍ରଦ୍ଧାଭାଜନ ହେବେ । ଆଥିିକ ଅନଟନ ଲାଗି ରହିବା କାରନରୁ ବିଚଳିତ ବୋଧ କରିବା ସୂଚନା ମିଳେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ –ଅର୍ଥ ଏବଂ ସମ୍ମାନର ସୁଯୋଗ ପାଇପାରନ୍ତି । ନିର୍ମାଣ, ମାଲିମୋକଦ୍ଦମାରେ, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ଅଙ୍କ ପିଚ୍ ।ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କନ୍ୟା –ପରିବହନରେ କିଛି ସମସ୍ୟା ଦେଖା ଦେବ କିନ୍ତୁ ସେଥିରୁ ସହଜରେ ମୁକୁଳିଯିବେ । ପ୍ରତ୍ୟେକ ପରିସ୍ଥିତିରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ । ଆଗାମୀ ସମୟରେ ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ୍ ଫନ୍ଧି ଫିକର କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା –ଦୀର୍ଘ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ । କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବ । ପ୍ରତିବନ୍ଧକ ମଧ୍ୟରେ ଗତି କରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ ।ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା –ତରବର ନ ହୋଇ ଧୀର ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ । ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି । କିନ୍ତୁ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ôଚବାରେ ଅସୁବିଧା ହେବନି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ଧନୁ –ଆଜି ବହୁତ ଚେଷ୍ଟା କରି ମଧ୍ୟ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ ।ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବା ସମ୍ଭାବନା ରହିଛି । ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଅନ୍ୟମାନଙ୍କୁ କଥାକୁ ସତ୍ୟ ମନେ କରି ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି ।ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ - ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବା ଫଳରେ ମନଟା କାହିଁକି କେମିତି ଲାଗିବ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ରହିଛି । ଘରଭଡାକୁ କେନ୍ଦ କରି ବିତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ଧାର୍ମିକ ହେବେ ।

ମୀନ - ଆଜି ସକାଳୁ ସକାଳୁ ତେଣୁ ତେଣୁ ଗୁଡାଏ ଚିନ୍ତା କରି ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ । ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.