ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 09, 2022 IST

ଭୁବନେଶ୍ୱର ୦୯। ୧୧ : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୩୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୯୧୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୯୦୨୯୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.