ଖସୁଛି କରୋନା ଗ୍ରାଫ୍‌ : ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୩ କୋଭିଡ୍ ସଂକ୍ରମିତ, ୩୨୭୫୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 24, 2020 IST

ଭୁବନେଶ୍ବର ୨୩।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୫୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୭୫୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୨୬୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୭୩୭୩୨୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.