ଆସନ୍ତାକାଲିର ରାଶିଫଳ, ପ୍ରିୟ ବ୍ୟକ୍ତିଙ୍କ ଠାରୁ ବହୁ ଦୂରରେ ରହି ଚିନ୍ତିତ ରହିବେ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 25, 2022 IST

ମେଷ– ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ପ୍ରିୟ ବ୍ୟକ୍ତିଙ୍କ ଠାରୁ ବହୁ ଦୂରରେ ରହି ଚିନ୍ତିତ ରହିବେ । ନିର୍ମାଣାଧୀନ କାମ ଓ ଅନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ବୃଷ – ସମ୍ପର୍କୀୟଙ୍କ ବେଖାତିର ମନୋଭାବ କାରଣରୁ ମନେ ମନେ ଅସନ୍ତୁଷ୍ଟ ରହିବେ । ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଏକ ପ୍ରକାର ଆତ୍ମସନ୍ତୋଷ ଲାଭ କରିପାରନ୍ତି । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ - ଅତୀତର କୃତକର୍ମ ସକାଶେ ନିଜକୁ ଦାୟୀ କରି ଅନୁତପ୍ତ ରହିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡିବାକୁ ଚେଷ୍ଟା କରି ଅସଫଳ ହୋଇପାରନ୍ତି । ନିଜ ପରିସରର ବ୍ୟକ୍ତିମାନେ ଦୋଷାରୋପ କରି ମାନସିକ ସ୍ଥିତିକୁ କଳୁଷିତ କରିପାରନ୍ତି । ପରିବାରରେ ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍‌ସନ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କର୍କଟ – ଈର୍ଷାପରାୟଣ ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଅନାବଶ୍ୟକ କଥାଗୁଡିକୁ ମନରୁ ପରିହାର କରି ବାସ୍ତବତାକୁ ଗୁରୁତ୍ୱ ଦେଇ କାମ କରିବା ଭଲ ହେବ । ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ସିଂହ –ବିଭିନ୍ନ ପ୍ରକାରର ସ୍ଥଗିତ କାମକୁ ନେଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ । ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ଆଲୋଡନ ଅସ୍ଥିରତାର କାରଣ ହୋଇପାରେ । ବନ୍ଧୁମାନଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା –ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ । ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି, ଆଜି ସେଥିରୁ ଅନେକାଂଶରେ ହାଲୁକା ଅନୁଭବ କରିବେ । ଠିକ୍ ହେବ ନାହିଁ । ପରିବହନ ସମସ୍ୟାରେ ଜନିତ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ତୁଳା –ପାରିବାରିକ ଜୀବନରେ ତିକ୍ତତା ଦେଖା ଦେଇପାରେ । ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ । ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ବିଛା –ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ପଡୋଶୀ କେହି ପ୍ରତିବାଦର ସ୍ୱର ଉଠାଇ କାମ ଟିକୁ ଭଣ୍ଡୁର କରି ଦେଇପାରନ୍ତି । ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ୮ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ –ସମସ୍ୟା ଲାଗି ରହିଥିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସୁଧାରି ନେବେ । ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ବାହାର ସ୍ଥାନରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ ଅଦଳବଦଳ ହୋଇଯାଇପାରେ । ବନ୍ଧୁଙ୍କ ସାହାର୍ଯ୍ୟ ସହ-ଯୋଗ ଲୋଡିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ମକର –ଆଜି ଭ୍ରମଣ ହେତୁକ କ୍ଳାନ୍ତି ଦେଖା ଦେଇପାରେ । ପିଲାଙ୍କ ବିଶୃଙ୍ଖଳିତ ଆଚରନରେ କ୍ଷୁବ୍ଧ ହେବେ କିନ୍ତୁ କିଛି ବି କରିବାର ଉପାୟ ନ ଥିବ । ପାଖ ପଡୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍ ଟାଣ ରହିବ । ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ହେବାର ସୂଚନା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ - ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ । ଅଫିସିଆଲି ଟେନସନ୍ କମି ୍‌ିବ ଏବଂ ସହ-ଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଭୁଲ୍ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହେବାର ଆଶଙ୍କା ପୂରା ମାତ୍ରାରେ ରହିଛି । ଆରମ୍ଭ କରିଥିବା କାମଟିକୁ ଶେଷ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖୀ ହେବେ ।

ମୀନ - ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ ।ଆଜି ଯେଉଁ କାମରେ ବାହାରିବେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.