ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୦ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | August 17, 2022 IST

ଭୁବନେଶ୍ୱର ୧୭।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୩୫୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୩୫୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୩୯୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୫୧୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.