oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

27/03/2022 at 7:37 PM

ମେଷ– ଆଜି ଆପଣଙ୍କର ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ମନ ହଲ୍‌ଚଲ୍ ହୋଇପାରେ । ସେହି କାମଟି ବାଧ୍ୟ ହୋଇ କରିବେ କିନ୍ତୁ ବିଳମ୍ବରେ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ନୂଆ ଡିଲ୍ ମିଳିବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ସାଧାରଣ ବଚସାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରଶାସନ, ଆଇନ,କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବ ନାହିଁ । ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ପ୍ରତ୍ୟେକ ଦିଗ ଅନୁକୂଳ ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମିଥୁନ – ଆଜି କର୍ମକ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପାରିବାରିକ ସ୍ତରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି । ଅବଶ୍ୟ ବିଭିନ୍ନ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ-ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆପଣ ଠିକ୍ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଭାବୁଥିବା କାମଟି ପୂର୍ଣ୍ଣାଙ୍କ କରିବା ସକାଶେ ଆହୁରି ବହୁ ସମୟ ଲାଗିପାରେ ।ଶୁଭ ରଙ୍ଗନୀଳ । ଶୁଭ ଅଙ୍କ ୫ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ – ଆଜିର ପରିସ୍ଥିତି ଓ ରହିଥିବା ପରିବେଶ ତାହା ସହଜରେ କରାଇ ଦେବ ନାହିଁ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ । କର୍ମକ୍ଷେତ୍ରରେ ବାଧା ଉପୁଜିବ,ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – କୌଣସି ପରିସ୍ଥିତିରେ ମଧ୍ୟ ଯାହା କହିବେ କିମ୍ବା କରିବେ ସେ ସବୁ ଭାବିଚିନ୍ତି କରିବା ଭଲ ହେବ । ଅଭାବ ପୂରଣ ସକାଶେ ବହୁ ଚେଷ୍ଟା କରିବା ପରେ ଋଣ ସୂତ୍ରରେ ଅର୍ଥ ଲାଭ କରିବେ । ଅପରାହ୍ନେ ମାନସିକ ଦ୍ୱନ୍ଦ୍ୱର ଅବସାଦ ଘଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ସୁସ୍ଥ ଅନୁଭବ କରିବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା – ବିଭିନ୍ନ ବିଷୟରେ ତର୍କ ଓ ବିବାଦ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି କରିବ । ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳ କ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସୁଖଭାରା ଦିନଟି ।

ବିଛା –ଆଜି ଆପଣ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ବିଜୟୀ ହେବେ । ବ୍ୟବସାୟ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । କ୍ରୀଡା, କଳା, ସାହିତ୍ୟ ,ସଙ୍ଗୀତ ,ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ଧନୁ – ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ । ଅଫିସ୍ ଭିତରେ କିଛି ବିଚାର ନ କରି ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ପିଲାମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ-ଧାର୍ମିକ ହେବେ ।

ମକର – ପରିବାରରେ ଭୁଲ୍ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖା ଦେଇପାରେ । ବ୍ୟବସାୟ, ପରିବହନ ଓ ବାନିଜ୍ୟ ରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ – କାର୍ଯ୍ୟବ୍ୟସ୍ତତା ଜନିତ ମାନସିକ ଚାପ ବୃଦ୍ଧି ହେତୁ ସ୍ୱାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବ । ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନିତ ମଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖୀ ହେବେ ।

ମୀନ -ବନ୍ଧୁଙ୍କ ସହ ସାଧାରନ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହେବ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଆର୍ଥିକ ସ୍ୱଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଗୃହିଣୀ-ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
ରୋଗୀ-ସୁସ୍ଥ ଅନୁଭବ କରିବେ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

   Related Posts