oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଆସନ୍ତାକାଲିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

27/04/2022 at 9:36 PM

ମେଷ–ଆଜି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି, କିନ୍ତୁ ଅର୍ଥ ସଂକଟ ମଧ୍ୟରେ ଗତି କରିବାକୁ ହିଁ ପଡିବ । ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ । ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି ।ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଆଜି ହଠାତ୍ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିପାରେ । ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବା ଆଶଙ୍କା ରହିଛି । ସାମୟିକ ଭାବରେ ପୁରାତନ ରୋଗରୁ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।
ଗୃହିଣୀ- ପରିବାରର ନାମ ଅର୍ଜନ କରିବେ ।

ମିଥୁନ – ପ୍ରତ୍ୟେ କ୍ଷେତ୍ରରେ ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ସଂକୋଚ ବଶତଃ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ । ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ପରିବାରର ନାମ ଅର୍ଜନ କରିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌନସି ଅନୁଚିନ୍ତା ସାୟାହ୍ନେ ଦୂର ହେବ । ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ଅଫିସ୍ ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନିସ୍ୱାର୍ଥ ପର ଭାବେ ସେବା କରିବେ ।

ସିଂହ –ଆଜି କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦିଫିକର କରିବାକୁ ପଡିପାରେ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଗୃହିଣୀ- ପ୍ରତିଭାବାନ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବ- ସୁଯୋଗ ପ୍ରାପ୍ତ କରିବେ ।
ଛାତ୍ରଛାତ୍ରୀ- ସଠିକ୍ ନିର୍ଣ୍ଣୟ ନେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

କନ୍ୟା – ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ସ୍ୱାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଗ୍ରହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା –ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । କୌନସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟ ଅଙ୍କର ଅର୍ଥ ଆବଶ୍ୟକତା ପଡିପାରେ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବା ସମ୍ଭାବନା ରହିଛି । ଶୁଭ ରଙ୍ଗଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବିଛା – ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବା ଫଳରେ ମନଟା ଭଲ ଲାଗିବ ନାହିଁ । ଅପରାହ୍ନରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଆକସ୍ମିକ ଅର୍ଥ ଲାଭ କାରଣରୁ ମନ ପ୍ରଫୁଲ୍ଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ଈର୍ଷାପରାୟଣ ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ସମସ୍ୟା ବୃଦ୍ଧି କରିବା ଆଶଙ୍କା ରହିଛି । ଜମିଜମାରେ କିମ୍ବା ରେଜଷ୍ଟ୍ରେଶନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି । ପୂର୍ବାଷାଢା ନକ୍ଷତ୍ରର କ୍ରୀଡା,କଳା, କାରିଗରି ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ସଠିକ୍ ନିର୍ଣ୍ଣୟ ନେବେ ।
ରୋଗୀ- ସୁସ୍ଥ ହେବେ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

ମକର – ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଟିକିଏ କଥାରେ ରାଗି ଯାଇ ଯାହା ତାହା କହିବା କାରନରୁ କିଛି ସମସ୍ୟା ଆସିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ – ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ । ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବ- ସୁଖୀ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।
ଚାଷୀ- କର୍ମ ଲାଭଜନକ ହେବ ।

ମୀନ – ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିବ ନାହିଁ । ସନ୍ତାନମାନଙ୍କ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ । ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts