ଦ୍ୱିତୀୟ ପର୍ଯ୍ୟାୟ ‘ଆମ ହସ୍ପିଟାଲ’ ଲୋକାର୍ପିତ, ମୁଖ୍ୟମନ୍ତ୍ରୀ କହିଲେ- ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରିତ ଚିତ୍ର ହେବ ଆହୁରି ଉଜ୍ଜଳ

Published By : Prameya-News7 Bureau | February 26, 2024 IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି  ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍‌ ସେଣ୍ଟର, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡାରେ BMRC କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ କରିଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଉପଜିଲ୍ଲା ଡାକ୍ତରଖାନାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍ ହେଉଛି ରୋଗୀଙ୍କ ସୁବିଧା ଓ ସେମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବ। ସରକାରୀ ହସ୍ପିଟାଲ ଗୁଡିକରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

wp:embed {"url":"https://www.youtube.com/watch?v=ysWW-PuxV1U","type":"video","providerNameSlug":"youtube","responsive":true,"className":"wp-embed-aspect-16-9 wp-has-aspect-ratio"}
https://www.youtube.com/watch?v=ysWW-PuxV1U
/wp:embed

ସେ ଆହୁରି ମଧ୍ୟ କହିଛନ୍ତି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ। ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥି ପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ସଂପ୍ରତି ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ ଏବଂ କହିଥିଲେ ବର୍ତ୍ତମାନ ସୁଦ୍ଧା ଦୁଇଟି ପର୍ଯ୍ୟାୟରେ ୧୪୦ଟି ‘ଆମ ହସ୍ପିଟାଲ’ ଲୋକାର୍ପିତ ହେଲା । ଏଥିପାଇଁ ୭୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ସମସ୍ତଙ୍କ ସହଯୋଗରେ ଏହି କାମ ସଫଳ ହୋଇଛି । ଏଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ଏହିସବୁ ହସ୍ପିଟାଲଗୁଡିକୁ ନିଜ ସଂପତ୍ତି ଭଳି ରକ୍ଷଣାବେକ୍ଷଣ କରିବା ପାଇଁ ଅନୁରୋଧ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.