ଭଦ୍ରକ ୧୩।୭: ୧୬ ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା । ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ନିକଟରେ ଭାରସାମ୍ୟ ହରାଇ ଡିଭାଇଡରକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ । ଦୁର୍ଘଟଣା ଫଳରେ ରୋଗୀଙ୍କ ସହ ସମ୍ପର୍କୀୟ ଏବଂ ଜଣେ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲାରୁ ଜଣେ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡିକାଲକୁ ନିଆଯାଉଥିଲା । ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଥାନା ଅଧୀନ ଟୋଲ୍ ଗେଟ୍ ନିକଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା । ଦୁର୍ଘଟଣା ଫଳରେ ରୋଗୀ, ତାଙ୍କ ସମ୍ପର୍କୀୟ ଏବଂ ଜଣେ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର ହୋଇଛନ୍ତି ।

Also Read:- ଆନ୍ଧ୍ରରେ କାୟା ମେଲାଇଲାଣି କୋଭିଡ୍, ଓଡ଼ିଶାରେ ସୀମାନ୍ତ ଜିଲ୍ଲାରେ ହାଇଆଲର୍ଟ

ପରେ ଅନ୍ୟ ଏକ ଆମ୍ବୁଲାନ୍ସ ଯୋଗେ ସମସ୍ତଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ଦୁର୍ଘଟଣା ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।