ଜମ୍ମୁକଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ୩ ଆତଙ୍କବାଦୀ ନିହତ, ଜଣେ ପୋଲିସ କର୍ମଚାରୀ ସହିଦ
Published By : Prameya-News7 Bureau | October 17, 2018 IST
ଶ୍ରୀନଗର ୧୭।୧୦: ଆଜି ଜମ୍ମୁକଶ୍ମୀର ଶ୍ରୀନଗରର ଫତେହ କଦାଲରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଲଶ୍କର-ଇ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ କମାଣ୍ଡର ରହିଛନ୍ତି । ଗୁଳିବିନିମୟରେ ଜଣେ ପୋଲିସ କର୍ମଚାରୀ ସହିଦ ହୋଇଛନ୍ତି। ଆତଙ୍କବାଦୀମାନେ ସ୍ଥାନୀୟ ଜଙ୍ଗଲରେ ଲୁଚିରହିଥିବା ସୁରକ୍ଷାକର୍ମୀ ମାନେ ସୂଚନା ପାଇ ଅପରେସନ ଆରମ୍ଭ କରିଥିଲେ । କମ୍ବିଂ ବେଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସୁରକ୍ଷା କର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଇଣ୍ଟରନେଟ୍ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଛି।