ମାଲକାନଗିରି ସୀମାନ୍ତରେ ଲାଲ୍ ସଂଗଠନକୁ ଝଟ୍‌କା, ୩୦ ମାଓବାଦୀଙ୍କ ଆତ୍ମସମର୍ପଣ

Published By : Prameya-News7 Bureau | August 28, 2025 IST

ମାଲକାନଗିରି ୨୮।୦୮ : ସୀମାନ୍ତ ଜିଲ୍ଲାରେ ପୋଲିସକୁ ବଡ଼ ସଫଳତା । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ୩୦ ଜଣ ମାଓବାଦୀ ବିଜାପୁର ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । 

ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ନିୟମିତ ଭାବେ ମାଓ ବିରୋଧୀ ଅପରେସନ ଚାଲିଛି । ଏହିକ୍ରମରେ ଲାଲ୍‌ ସଂଗଠନକୁ ଲାଗିଛି ଜୋରଦାର ଝଟ୍‌କା । ୮୧ ଲକ୍ଷର ପୁରସ୍କାର ଘୋଷିତ ୩୦ ଜଣ ମାଓବାଦୀ ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ କିଛି DVCM, ACM ଓ PLGA ସଦସ୍ୟ ରହିଛନ୍ତି । ଦୁର୍ଗମ ଅଞ୍ଚଳରେ ସରକାରଙ୍କ ବିକାଶ ମୁଳକ କାର୍ଯ୍ୟ, ରାସ୍ତା ନିର୍ମାଣ, ପାଣି, ବିଦ୍ୟୁତ ଓ ଅନ୍ୟାନ୍ୟ ଜନ ହିତକର ଯୋଜନା ଗାଁ ଲୋକଙ୍କ ପାଖରେ ପହଞ୍ଚିବା ଆରମ୍ଭ କରିଛି। ସୁରକ୍ଷା ବାହିନୀର ଗ୍ରାମବାସୀଙ୍କ ସହିତ ସକାରାତ୍ମକ ଆଲୋଚନା, କମ୍ୟୁନିଟି ପୋଲିସିଂ ଅଧୀନରେ ଦିଆଯାଉଥିବା ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସୂଚନା । ଏହାସହିତ ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ଏବଂ ପୁନର୍ବାସ ନୀତିର ବ୍ୟାପକ ପ୍ରଚାର ଯୋଗୁଁ ସଂଗଠନରୁ ମାଓବାଦୀଙ୍କ ଭ୍ରମ ଦୂର ହୋଇଛି । ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ପଦକ୍ଷେପ ନେଇଛନ୍ତି । ଏହାପରେ ସେମାନଙ୍କୁ ସରକାରଙ୍କ ନିୟମ ଅନୁସାରେ ଥଇଥାନ କରାଯିବା ବୋଲି ବିଜାପୁର ଏସପି କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.