Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ରାଶିଫଳ: କର୍ମକ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି, ଆର୍ଥିକ ସମସ୍ୟା ଦେଖା ଦେଇପାରେ

30/08/2022 at 7:09 PM

ମେଷ– ବୁଧବାର କର୍ମକ୍ଷେତ୍ରରେ କୌଣସି ଘଟଣାକୁ କେନ୍ଦ୍ର କରି କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ପର ଲୋକଙ୍କ ସାହାଯ୍ୟ, ସହ-ଯୋଗ ବିଶେଷଭାବରେ ଅନୁଭୂତ ହେବ । ଯୁକ୍ତିଯୁକ୍ତ କଥା ଓ ନିରପେକ୍ଷ ନ୍ୟାୟ ପ୍ରଦାନ କରି ବନ୍ଧୁଗହଣରେ ବହୁ ଚର୍ଚ୍ଚିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭଅଙ୍କ ୫ ।

ଗୃହିଣୀ- ସୁସମ୍ପନ୍ନ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି ।

 ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ ।

 ଚାଷୀ- କର୍ମ ଲାଭଜନକ ହେବ ।

ବୃଷ– ଆକସ୍ମିକ ଅର୍ଥ ଲାଭ, ଶାରୀରିକ ସୁସ୍ଥତା , ବନ୍ଧୁଙ୍କ ପରାମର୍ଶ ଲାଭ କରି ଖୁସି ରହିବେ । ପ୍ରତି କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କରି ଖୁସି ରହିବେ । ଆତ୍ମୀୟଙ୍କ ଶତ୍ରୁତା ଓ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ସକାଶରୁ ଅନାମନା ରହିପାରନ୍ତି। ଶୁଭ ରଙ୍ଗ ପିଚ୍ ।ଶୁଭ ଅଙ୍କ ୨ ।

 ଚାଷୀ- ସତର୍କରେ ଚାଳନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ଯଶ ଅର୍ଜନ କରିବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

 ଗୃହିଣୀ- ମିତ୍ର ସୁଖ ପାଇବେ ।

ମିଥୁନ – ବାହାର ଜାଗାରେ ସତର୍କତାର ସହ କାମ ନ କଲେ ବିବାଦ ସୃଷ୍ଟି ହୋଇପାରେ । ସ୍ୱାସ୍ଥ୍ୟ ପୂର୍ଣ୍ଣତଃ ଭଲ ନ ଥିଲେ ମଧ୍ୟ ନିୟନ୍ତ୍ରଣ ବାହାରକୁ ଯିବ ନାହିଁ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଈର୍ଷାପରାୟଣତା ଆପଣଙ୍କ ପାଇଁ ସମସ୍ୟାର କାରଣ ପାଲଟି ଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

 ଗୃହିଣୀ- ସାଧୁ ସେବାରେ ନିମଗ୍ନ ରହିବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।

 ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।

 ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

କର୍କଟ– ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ବୃଦ୍ଧି ପାଇ ଦୁଶ୍ଚିନ୍ତା ବଢାଇ ଦେବ । ଆପଣଙ୍କ କଥା ଓ କାମରେ ତାଳମେଳ ଅଭାବରୁ ସମାଲୋଚିତ ହେବେ। କୌନସି କାମ ପୂର୍ଣ୍ଣାଙ୍ଗ ହୋଇ ପାରିବ ନାହିଁ ବରଂ କ୍ଷତିରେ ପଡିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

 ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।

 ରୋଗୀ- ସୁସ୍ଥ ହେବେ ।

 ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।

 କର୍ମଜୀବି- ପ୍ରମୋସନ୍ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ସୁବିମଳ କୀର୍ତ୍ତିର ଅଧିକାରୀ ହେବେ ।

ସିଂହ – ଅବଶ୍ୟ ହିତୈଷୀ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିବେ । କର୍ମକ୍ଷେତ୍ର, ପରିବାର, ପ୍ରଶାସନ ଓ ଅର୍ଥ ସମ୍ପର୍କୀୟ ସମସ୍ୟାକୁ ପ୍ରତିହତ କରିବେ । ଆନୁଷ୍ଠାନିକ କ୍ଷେତ୍ର, ଶିଳ୍ପ, ବାଣିଜ୍ୟ, ବ୍ୟବସାୟିକ ସ୍ତରରେ ରହିଥିବା ଟେନସନ୍ କମିଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

 ଗୃହିଣୀ- ପରିବାରର ନାମ ଅର୍ଜନ  କରିବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 କର୍ମଜୀବ- ଟ୍ରାସ୍‌ଫର ହୋଇପାରେ ।

 ଛାତ୍ରଛାତ୍ରୀ- ଅନ୍ୟ ଉପରେ ରାଗ ରଖିବେ ।

 ରୋଗୀ- ଧନ ବ୍ୟୟ ହେବ ।

 ଚାଷୀ- କର୍ମ ଲାଭଜନକ ହେବ ।

କନ୍ୟା– ନିର୍ମାଣ କାର୍ଯ୍ୟ ମନ୍ଥର ହେବ କିନ୍ତୁ ସମସ୍ୟାର ସମାଧାନ ହୋଇଯିବ । ପାରିବାରିକ, ପ୍ରଶାସନ, ଯାନବାହନ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି । ଆପଣଙ୍କ ଆଶା ଓ ଅଭିଳାଷ ପୂରଣ ଦିଗରେ ବନ୍ଧୁମାନେ ସାହାର୍ଯ୍ୟ କରିବେ । ଅଭାବ ନ ଥିଲେ ମଧ୍ୟ ଅତ୍ୟଧିକ ଖର୍ଚ୍ଚ ଯୋଗୁ ମନରେ ସରସତା ରହିବ ନାହିଁ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

 ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ଚିଡଚିଡା ହୋଇପାରନ୍ତି ।

 କର୍ମଜୀବ- ସୁ ସମ୍ବାଦ ପାଇବେ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ନିସ୍ୱାର୍ଥ ପର ଭାବେ ସେବା କରିବେ ।

ତୁଳା– କର୍ମଜଞ୍ଜାଳ ବୃଦ୍ଧି କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ବନ୍ଧୁମାନେ ଭୁଲ୍ ବୁଝିବେ । ବ୍ୟବସାୟ ଓ ପରିବହନରେ ସଂକଟ ଦୂରେଇ ଯିବ କିନ୍ତୁ ଆଶାଜନକ ଲାଭ ନ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

 ଗୃହିଣୀ- ସଦିଚ୍ଛା ଭାବ ରହିବ ।

 ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ସଠିକ୍ ନିର୍ଣ୍ଣୟ ନେବେ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ବିଛା– ଋଣ ପରିଶୋଧ ସକାଶେ ବିଭିନ୍ନ ଧନ୍ଦା କରିବାକୁ ମନ ବଳାଇପାରନ୍ତି । ଶତ୍ରୁତା ଓ ରୋଗପୀଡା କିମ୍ବା ଧାରକରଜନିତ ମାନସିକ ଅସ୍ଥିରତା ମନକୁ ବିଚଳିତ କରିବ । ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

 ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ- ସୁସମ୍ପନ୍ନ ହେବେ ।

ଧନୁ – କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି । ଆପଣଙ୍କ କଥା ଓ କାମ ବହୁଜନ ପ୍ରଶଂସିତ ହୋଇପାରେ । ପୂର୍ବରୁ ସମସ୍ୟା ରହିଥିଲେ ମଧ୍ୟ ପତିବାରର ସହମତିରେ କାମ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

ଗୃହିଣୀ- ସୁବିମଳ କୀର୍ତ୍ତିର ଅଧିକାରୀ ହେବେ ।

 ବ୍ୟବସାୟୀ- ବିଜୟୀ ହେବେ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ମକର– ପାରିବାରିକ ବ୍ୟତିକ୍ରମ ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ସୂଚନା ରହିଛି । ବନ୍ଧୁଙ୍କ ସହାନୁଭୁତିଭରା କତା ଏବଂ ପାରିବାରିକ ଆଶ୍ୱାସନା ହେତୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

 ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ  – କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି କଳହ ଘଟିପାରେ । ବିଚାରଧାରା ଅନୁଯାୟୀ ଦିନଟି ବିଶେଷ ସଫଳତା ପ୍ରଦାନ କରିବ । ପାରିବାରିକ ସଦ୍ ଭାବରେ, ବୁଝାମଣା ମାଧ୍ୟମରେ ସୁଖ,ଶାନ୍ତି ଫେରି ଆସିବ । ସାହିତ୍ୟରେ ସମସ୍ୟା ସମାଧାନ ପୂର୍ବକ ଆଶା ପୁରଣ ହୋଇଯିବ । ଶୁଭ ରଙ୍ଗ କଫି ।ଶୁଭ ଅଙ୍କ ୮।

 ଗୃହିଣୀ- ପ୍ରତିଭାବାନ ହେବେ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

 କର୍ମଜୀବ- ସୁଯୋଗ ପ୍ରାପ୍ତ କରିବେ ।

 ଛାତ୍ରଛାତ୍ରୀ- ଅନ୍ୟ ଉପରେ ରାଗ ରଖିବେ ।

 ରୋଗୀ- ଧନ ବ୍ୟୟ ହେବ ।

 ଚାଷୀ- କର୍ମ ଲାଭଜନକ ହେବ ।

ମୀନ – ଅଫିସ୍ କାମରେ ସହକର୍ମୀଙ୍କ ସହ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିପାରିବେ । ଆନୁଷ୍ଠାନିକ କାମରେ ବ୍ୟସ୍ତ ରହି ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେବେ । ଉଚ୍ଚଶିକ୍ଷା, ଗବେଷଣା, ରଚନାତ୍ମକ କାର୍ଯ୍ୟ, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ସଫଳତା ପ୍ରଦାନ କରିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

 ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।

 କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

 ଗୃହିଣୀ- ପରିବାରର ନାମ ଅର୍ଜନ  କରିବେ ।

   Related Posts