ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୧ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 30, 2022 IST

ଭୁବନେଶ୍ୱର ୩୦।୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୫୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୩୦୫୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.