ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୨୮ କୋଭିଡ୍ ପଜିଟିଭ୍
7/09/2022 at 9:01 AM

ଭୁବନେଶ୍ୱର ୦୭।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୨୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 6th Sept
— I & PR Department, Odisha (@IPR_Odisha) September 7, 2022
New Positive Cases: 328
Of which 0-18 years: 74
In quarantine: 192
Local contacts: 136
(Details of local contacts will be shared by concerned District)
1. Angul: 1
2. Balasore: 4
3. Bargarh: 9
4. Balangir: 8
5. Cuttack: 31
6. Deogarh: 3
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୪୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୧ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।
23. Puri: 9
— I & PR Department, Odisha (@IPR_Odisha) September 7, 2022
24. Rayagada: 2
25. Sambalpur: 8
26. Sonepur: 3
27. Sundargarh: 61
28. State Pool: 12
New recoveries: 289
Cumulative tested: 33273387
Positive: 1329203
Recovered: 1318351
Active cases: 1616
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୨୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୮୩୫୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୭୩୩୮୭ସାମ୍ପୁଲ ଟେଷ୍ଟ୍ ହୋଇଛି ।