କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୩୧୯ କୋଭିଡ୍ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | June 28, 2021 IST

ଭୁବନେଶ୍ୱର ୨୮।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୭ଜଣ, ବରଗଡ଼ ଜିଲ୍ଲାରୁ ୪୭ଜଣ, ଭଦ୍ରକ ଜିଲ୍ଲାରୁ ୧୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୫୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜମ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୦ଜଣ, ଯାଜପୁର ଜିଲ୍ଲାରୁ ୧୯୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୦ଜଣ, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୭୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୯ଜଣ, ନୟାଗଡ଼ ଜିଲ୍ଲାରୁ ୧୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୭୫ଜଣ, ରାୟଗଡ଼ା ଜିଲ୍ଲାରୁ ୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ଜଣ, ଷ୍ଟେଟ ପୁଲ୍‌ରୁ ୯୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୩୭୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬୭୪୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.