ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୩୨ କରୋନା ସଂକ୍ରମିତ, ୩୨୪୦୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 14, 2020 IST

ଭୁବନେଶ୍ବର ୧୪।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୦୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫୧ଜଣ, ଷ୍ଟେଟ ପୁଲ୍‌ରୁ ୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୦୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୦୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୦୯୬୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.