ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୩୪ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | July 05, 2022 IST

ଭୁବନେଶ୍ୱର ୦୫।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୧୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୦ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୩୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୧୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୯୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୨୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୪୮୨୦୫ସାମ୍ପୁଲ ଟେଷ୍ଟ୍ ହୋଇଛି ।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.