oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

କାୟା ମେଲାଇ ପାରୁନି କରୋନା, ରାଜ୍ୟରେ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୩୩୮ ଆକ୍ରାନ୍ତ

20/12/2020 at 8:04 PM

ଭୁବନେଶ୍ଵର ୨୦।୧୨: ଶୀତ ଦିନରେ ରାଜ୍ୟରେ କରୋନା ସଂକ୍ରମଣ ବଢିବ ବୋଲି ଯେଉଁ ଆଶଙ୍କା କରାଯାଉଥିଲା ତାହା ପ୍ରାୟତଃ ଦୂର ହୋଇଛି। ଓଡିଶାବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ଆଗରେ ନିଜର କାୟା ମେଲାଇ ପାରୁ ନାହିଁ ମହାମାରୀ କରୋନା। ଫଳରେ ରାଜ୍ୟରେ କରୋନାର ପ୍ରକୋପ ଥମିବାରେ ଲାଗିଛି। ହେଲେ ଅନେକ ଦିନ ପରେ  ଆଜି ଦୈନିକ ସଂକ୍ରମଣ ତୂଳନାରେ ସୁସ୍ଥ ସଂଖ୍ୟା କମ ରହିଛି। ଆଜି ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬ଟି ଜିଲ୍ଲାରୁ ୩୩୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୧, ୬୪୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ରବିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ସୁସ୍ଥ ହୋଇଛନ୍ତି। ସେହି ପରି ସୁନ୍ଦରଗଡରୁ ୩୬, ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ଵରରୁ ୨୦, ଅନୁଗୁଳରୁ ୧୮, ମୟୂରଭଞ୍ଜରୁ ୧୮, ବରଗଡରୁ ୧୭, କଳାହାଣ୍ଡିରୁ ୧୫, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ନୂଆପଡାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୮, ବଲାଙ୍ଗୀରରୁ ୬, ଗଞ୍ଜାମରୁ ୬, କେନ୍ଦ୍ରାପଡାରୁ ୫, ଦେବଗଡରୁ ୩, ଢେଙ୍କାନାଳରୁ ୩, ରାୟଗଡାରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨ ଓ ସୋନପୁରରୁ

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭୨ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୩୬ରେ ପହଞ୍ଚିଛି।

   Related Posts