ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୪୩ କରୋନା ସଂକ୍ରମିତ, ୩୨୨୬୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 10, 2020 IST

ଭୁବନେଶ୍ବର ୧୦।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୬୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୨୬୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୪୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୨୮୧୧୬୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.