ଭୁବନେଶ୍ୱର ୨୦।୦୫ : ରାଜ୍ୟରେ ଚାଲିଛି ୨ୟ ପର୍ଯ୍ୟାୟ ମତଦାନ । ଅପରାହ୍ନ ୧ଟା ସୁଦ୍ଧା ରାଜ୍ୟରେ ୩୫.୩୧ ପ୍ରତିଶତ ମତଦାନ ହୋଇଛି ।
ସୂଚନାଯୋଗ୍ୟ ଯେ, ସୋମବାର ରାଜ୍ୟରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନରେ ଚାଲିଛି ମତଦାନ । ୫ଟି ଲୋକସଭା ଆସନ ମଧ୍ୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସ୍କା ରହିଛି । ସେହିପରି ୩୫ ବିଧାନସଭା ଆସନ ମଧ୍ୟରେ ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳି ରହିଛି ।