ରାଜଧାନୀରୁ ଆଉ ୩୫୪ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ଟପିଲା

Published By : Prameya-News7 Bureau | August 28, 2020 IST

ଭୁବନେଶ୍ୱର, ୨୮|୦୮:  ଭୁବନେଶ୍ୱରରୁ ଶୁକ୍ରବାର ୩୫୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୦୦୧ରେ ପହଁଚିଛନ୍ତି ।

ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୨ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୨ । ଏହାସହ ୨୯୫ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୯୦୦୧ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୫୪୧୯ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୩୮ଜଣ ପ୍ରାଣ ହରାଇଥିବା ବେଳେ ୩୫୩୫ଟି ସକ୍ରିୟ କେସ୍ ରହିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.