ରାଜଧାନୀରୁ ବାହାରିଲେ ଆଉ ୩୬୯ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୫୬

Published By : Prameya-News7 Bureau | September 30, 2020 IST

ଭୁବନେଶ୍ୱର, ୩୦ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫ ଜଣ ରହିଥିବା ବେଳେ ୨୯୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୫୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୮୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୨୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୩ ଜଣଙ୍କର ମୃତ୍ୟୁ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.