oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା

18/06/2021 at 8:46 AM

ଭୁବନେଶ୍ବର ୧୮।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣେ ରହିଥିବା ବେଳେ କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଦେଓଗଡ଼, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ ରହିଛନ୍ତି । ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୦୪୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୩୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୨୩୫୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୫୦୮ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୯୬୪୭୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts