Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୭ କୋଭିଡ୍ ପଜିଟିଭ୍

1/11/2022 at 9:08 AM

ଭୁବନେଶ୍ୱର ୦୧।୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୬୫୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୪୩୫୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts