ଭୁବନେଶ୍ୱରରୁ ପୁଣି ୩୮୬ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୦୩

Published By : Prameya-News7 Bureau | August 27, 2020 IST

ଭୁବନେଶ୍ୱର, ୨୭|୦୮:  ଭୁବନେଶ୍ୱରରୁ ଗୁରୁବାର ୩୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬୪୭ରେ ପହଁଚିଛନ୍ତି ।

ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୩ । ଏହାସହ ୨୧୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୮୬୪୭ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୫୧୨୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୩୬ଜଣ ପ୍ରାଣ ହରାଇଥିବା ବେଳେ ୩୪୭୮ଟି ସକ୍ରିୟ କେସ୍ ରହିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.