ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୮୭ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 10, 2021 IST

ଭୁବନେଶ୍ୱର ୧୦।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୪୨୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୬୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୩୦୨୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୫୮୮୭୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.