ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୯୩ କରୋନା ସଂକ୍ରମିତ, ୩୨୩୭୫୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 13, 2020 IST

ଭୁବନେଶ୍ବର ୧୩।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୭୫୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୬ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୪ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୭୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୮୬୮୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୩୭୮୭୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.