Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଦିନିକିଆ: ଟସ୍‌ ଜିତିଲା ଟିମ୍‌ ଇଣ୍ଡିଆ, ବ୍ୟାଟିଂ କରିବ ଭ୍ରମଣକାରୀ ଦଳ

11/10/2022 at 1:57 PM

ନୂଆଦିଲ୍ଲୀ ୧୧।୧୦: ଟସ୍‌ ଜିତିଲା ଭାରତ । ପ୍ରଥମ ବୋଲିଂ କରିବା ପାଇଁ ନିଷ୍ପତ୍ତି ନେଇ ସାଉଥ ଆଫ୍ରିକାକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କଲା ଟିମ୍ ଇଣ୍ଡିଆ । ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆରମ୍ଭ ହେଉଛି ତୃତୀୟ ଦିନିକିଆ । ପୂର୍ବରୁ ଉଭୟ ଟିମ୍‌ ଗୋଟିଏ ଲେଖାଏଁ ମ୍ୟାଚ୍‌ ଜିତି ସିରିଜ୍‌ ୧-୧ରେ ବରାବର ରହିଛି । ଆଜିର ବିଜେତା ହିଁ ସିରିଜ୍‌କୁ କବ୍‌ଜା କରିବ ।

ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍ ହାରିବା ପରେ ରାଞ୍ଚିରେ ଭାରତୀୟ ଦଳ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ୨ୟ ମ୍ୟାଚ୍‌ରେ ଦମ୍‌ଦାର ବିଜୟ ହାସଲ କରିଥିଲା ଟିମ ଇଣ୍ଡିଆ । ତେବେ ଦ୍ବିତୀୟ ଦିନିକିଆରେ ବିଜୟ ପରେ ଭାରତୀୟ ଖେଳାଳିଙ୍କ ଆତ୍ମବିଶ୍ବାସ ବଢ଼ିଥିବାରୁ ଶେଷ ମ୍ୟାଚ୍ ରେ ତାହାର ପ୍ରଭାବ ଦେଖିବାକୁ ମିଳିପାରେ। ତୃତୀୟ ଦିନିକିଆ ଜିତି ସିରିଜକୁ  କବଜା କରିବା ଲକ୍ଷ୍ୟରେ ରହିଛି ମେନ୍‌ ଇନ୍‌ ବ୍ଲୁ । ଚଳିତ ସିରିଜ୍‌ରେ ଭାରତ ପାଇଁ ପ୍ରାରମ୍ଭିକ ଯୋଡ଼ି ବଡ଼ ଭାଗୀଦାରି କରିପାରୁନଥିବାରୁ ମଧ୍ୟକ୍ରମ ଖେଳାଳିଙ୍କ ଉପରେ ଚାପ ରହୁଛି। ଅନ୍ୟପକ୍ଷରେ ଟ୍ବେଣ୍ଟି-୨୦ ବିଶ୍ବକପ୍ ପୂର୍ବରୁ ଦକ୍ଷିଣ ଆଫ୍ରିକା ପାଖରେ ଏହା ଶେଷ ଅଭ୍ୟାସ ସଦୃଶ ମ୍ୟାଚ୍ । ତେଣୁ ଉଭୟ ଦଳ ପାଇଁ କର ବା ମର ସ୍ଥିତି ।

ତେବେ ଦିଲ୍ଲୀ ପିଚ୍ ବ୍ୟାଟିଂକୁ ସୁହାଉଥିବା ବେଳେ ପଡ଼ିଆ ଆକାର ମଧ୍ୟ ଛୋଟ। ତେଣୁ ବ୍ୟାଟରଙ୍କ ପାଇଁ ବଡ଼ ରନ୍ କରିବା ସୁଯୋଗ ରହିବ। କିନ୍ତୁ ମ୍ୟାଚ୍ ଉପରେ ବର୍ଷାର ଭୟ ରହିଛି । ତୃତୀୟ ଦିନିକିଆ ପାଇଁ ଭାରତୀୟ ଟିମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ ।

   Related Posts