ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍, ୧୨ ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

Published By : Prameya-News7 Bureau | July 25, 2023 IST

ସମ୍ବଲପୁର ୨୫/୦୭: ପୁଣି ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି । ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୪.୦୪ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫୦ ହଜାର ୭୯୯ କ୍ୟୁସେକ ଜଳ । ଜଳଭଣ୍ଡାରରୁ ନିଷ୍କାସିତ ହେଉଛି ୧ ଲକ୍ଷ ୫୮ ହଜାର ୮୨୫ କ୍ୟୁସେକ ଜଳ ।

ସୂଚନା ଥାଉକି, ମୋଟ୍ ୧୨ ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ । ସୋମବାର ହୀରାକୁଦ ଜଳଭଣ୍ଡାରର ୩ଟି ଗେଟ୍ ଖୋଲିଥିଲା । ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା । ପୂଜାର୍ଚ୍ଚନା ପରେ ୫ଟି ଗେଟ୍ ଖୋଲାଯାଇଥିଲା । ପ୍ରଥମେ ୭ନମ୍ବର ଗେଟ୍ ଦେଇ ଛଡ଼ାଯାଇଛି । ପରେ ଅନ୍ୟ ଗେଟ୍ ପର୍ଯ୍ୟାୟ କ୍ରମ ଅନ୍ୟାନ୍ୟ ଗେଟ୍‌ ଖୋଲାଯାଇଥିଲା । ଉପରମୁଣ୍ଡରେ ଲଗାଣ ବର୍ଷା ଲାଗି ଜଳଭଣ୍ଡାରରେ ପାଣିର ସ୍ତର ଧୀରେ ଧୀରେ ବଢିବାରେ ଲାଗିଥିଲା ।

ଗତ ବର୍ଷ ୧୮ ଜୁଲାଇରେ ସେହି ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା । ସେପଟେ ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବନ୍ୟାଜଳ ନିଷ୍କାସନ ନେଇ ହୀରାକୁଦର ତଳମୁଣ୍ଡରେ ଥିବା ସମସ୍ତ ଜିଲ୍ଲାର ଜିଲ୍ଲା ପ୍ରଶାସନ ଏବଂ ଏସ୍‌ପିଙ୍କୁ ;ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଗଲେ ମହାନଦୀ ଓ ତାର ଶାଖା ନଦୀଗୁଡିକର ଜଳସ୍ତର ବୃଦ୍ଧି ପାଇବ ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବା ପାଇଁ ଡ୍ୟାମ୍ କର୍ତ୍ତୃପକ୍ଷ ସତର୍କ ସୂଚନା ଜାରି କରାଯାଇଛି ।

you can also read...

wp:embed {"url":"https://www.prameyanews7.com/three-more-gates-of-hirakud-dam-were-opened-today-to-release-flood-water/","type":"wp-embed","providerNameSlug":"prameya-news-7"}
https://www.prameyanews7.com/three-more-gates-of-hirakud-dam-were-opened-today-to-release-flood-water/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.