oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୪୦ କରୋନା ପଜିଟିଭ୍

21/03/2022 at 9:04 AM

ଭୁବନେଶ୍ୱର ୨୧।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୯୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୩୫୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୧୮୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts