AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

5/12/2020 at 11:00 AM

ଭୁବନେଶ୍ବର ୫।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୮୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୩ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୮୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୩୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୪୬୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୦୨୬୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts