ରାଜ୍ୟରେ ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୪୧ କୋଭିଡ୍ ସଂକ୍ରମିତ

Published By : Prameya-News7 Bureau | June 16, 2022 IST

ଭୁବନେଶ୍ୱର ୧୬।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୭୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୮୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୧୨୬୯୯ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.