oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରାଜ୍ୟରେ କରୋନା ନେଲା ସର୍ବାଧିକ ୪୨ଜଣଙ୍କ ଜୀବନ, ୨୮୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

3/06/2021 at 8:46 AM

ଭୁବନେଶ୍ବର ୦୩।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ହୋଇଥିବା ବେଳେ କଳାହାଣ୍ଡି, କଟକ ଜିଲ୍ଲାରୁ ୪ଜଣ ରହିଛନ୍ତି । ବୌଦ୍ଧ , ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି, କେନ୍ଦ୍ରାପଡ଼ା ନବରଙ୍ଗପୁର, ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ , ଗଞ୍ଜାମ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୦୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୪୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୨୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୯୭୨୨୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts