ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୨୦-୨୨ରେ କୋଭିଡ଼ ନେଇଛି ୨୦ହଜାରରୁ ଅଧିକ ଜୀବନ, ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ଲିଖିତ ଉତ୍ତର
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨ କୋଭିଡ୍ ପଜିଟିଭ୍

29/10/2022 at 9:18 AM

ଭୁବନେଶ୍ୱର ୨୯।୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୫୨୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୨୧୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts