ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ

Published By : Prameya-News7 Bureau | June 28, 2021 IST

ଭୁବନେଶ୍ୱର ୨୮।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼, ପୁରୀ ୫ ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କଟକ ଜିଲ୍ଲାରୁ ୩ ଜଣ ରହିଛନ୍ତି । ସେହିପରି ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର , କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":472385,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୩୭୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬୭୪୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୯୩୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.