ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୩୪୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

Published By : Prameya-News7 Bureau | June 14, 2021 IST

ଭୁବନେଶ୍ବର ୧୪।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":465832,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ବୌଦ୍ଧ , ଢେଙ୍କାନାଳ , ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୬୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୬୭୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୩୪୬ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୨୭୨୦୯୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.