Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪ କୋଭିଡ୍ ପଜିଟିଭ୍

28/10/2022 at 9:29 AM

ଭୁବନେଶ୍ୱର ୨୮।୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୪୬୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୧୨୨୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts