ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 23, 2021 IST

ଭୁବନେଶ୍ୱର ୨୩।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୯୬୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୦୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ୫୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୯୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୦୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୪୫୧୨୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.