ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୮ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 11, 2021 IST

ଭୁବନେଶ୍ୱର ୧୧।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୧୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୯ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୫୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୮୭୪୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୭୦୯୧୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.