ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୭ ଜଣଙ୍କ ଜୀବନ

26/06/2021 at 8:52 AM

ଭୁବନେଶ୍ବର ୨୬।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୫୫୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୭୦୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୮୪୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts