ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 02, 2020 IST

ଭୁବନେଶ୍ବର ୦୨।୧୨ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୯୫୮୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୩୧ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୨୭୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୯୭୭୯୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.