ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 06, 2022 IST

ଭୁବନେଶ୍ୱର ୦୬।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୬୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୬୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୪୫୭୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୨୭୬୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.